Advertisment

୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ; କାଲି ଟ୍ୱିନ୍‌ ସିଟିରେ ଛେଚିବ!

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ସମଗ୍ର ରାଜ୍ୟରେ ବର୍ଷା ଲାଗି ରହିବ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମଧ୍ୟ ହେବ।

author-image
Manoranjan Sial
Rain

Rain

ରାଜ୍ୟରେ ଜାରି ରହିଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ବିଶେଷ କରି ଆସନ୍ତାକାଲି କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ସମଗ୍ର ରାଜ୍ୟରେ ବର୍ଷା ଲାଗି ରହିବ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମଧ୍ୟ ହେବ। ତେବେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶନିବାର ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସହିପରି ଦେବଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨ ଓ ୩ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Bhubaneswar Heavy Rain Rain Alert