/odisha-reporter/media/post_attachments/uploadimage/library/16_9/16_9_0/Weather_1710427100.jpg)
Weather
ତାତିରେ ଲାଗିଲା ବ୍ରେକ୍। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ। କେତେକ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମଙ୍ଗଳବାର ୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ରବିବାର ସମଗ୍ର ରାଜ୍ୟରେ କେତେକ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବରଗଡ଼, ସୋନପୁର, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ସମଗ୍ର ରାଜ୍ୟରେ କେତେକ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼,ଦେବଗଡ଼, କେନ୍ଦୁଝର, ଢ଼େଙ୍କାନଳ, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାର ବୌଦ୍ଧ, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୋନପୁର, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
