Advertisment

୧୮ରୁ ପୁଣି ବଢ଼ିବ ବର୍ଷା!

ସେପ୍ଟେମ୍ବର ୧ ତାରିଖରୁ ଆଜିସୁଦ୍ଧା ୨୨୨.୬ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୫୪% ଅଧିକ ରହିଛି।

author-image
Manoranjan Sial
ଅଦ୍ୟତନ ହୋଇଛି
undefined

Rain

ଦୁଇ ଦିନ ଧରି ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିବା ପରେ ଆଜି ସାମାନ୍ୟ କମିଛି। ହେଲେ ୧୮ରୁ ପୁଣି ବର୍ଷାର ପରିମାଣ ବଢ଼ିବ। ୨୦ ତାରିଖରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୧୮ ତାରିଖରେ ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ଯାଜପୁର,ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୦ ତାରିଖରେ ମୟୂରଭଞ୍ଜ,କେନ୍ଦୁଝର, ଢେଙ୍କାନା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପ୍ଟେମ୍ବର ୧ ତାରିଖରୁ ଆଜିସୁଦ୍ଧା ୨୨୨.୬ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୫୪% ଅଧିକ ରହିଛି। ଏପର୍ଯ୍ୟନ୍ତ ସେପ୍ଟେମ୍ବର ମାସର ସ୍ୱାଭାବିକ ବର୍ଷା ୨୩୫.୭ ମିମିର ୯୪% ଅନୁଭୂତ ହୋଇସାରିଛି।

ସେପଟେ ଆଜି ସନ୍ଧ୍ୟା ବେଳେ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଅନେକ ସ୍ଥାନ ଜଳମ୍ନ ହୋଇଛି। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଲୋକେ ଯିବାଆସିବାରେ ନାକେଦମ୍‌ ହୋଇଛନ୍ତି।

Heavy Rain Rain Alert Weather Report