Advertisment

ସକ୍ରିୟ ହେଲା ଘୂର୍ଣ୍ଣିବଳୟ; ଆଗାମୀ ଦୁଇ ଦିନ ବର୍ଷିବ, ୭ରେ ପ୍ରବଳରୁ ଅତି ପ୍ରବଳ!

ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହୋଇପାରେ। ତେବେ ୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବିଜୁଳି ଓ ଘଡଘଡି ମାରିପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

author-image
Manoranjan Sial
undefined

Rain

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହୋଇପାରେ। ତେବେ ୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବିଜୁଳି ଓ ଘଡଘଡି ମାରିପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ। ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ୱଲପୁର, ଅନୁଗୋଳ, ସୋନପୁର, ବୌଦ୍ଧ, ବାରଗଡ଼, ରାୟଗଡ଼ା, ବଲାଙ୍ଗିର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ। ଏଥିପସହ ବଜ୍ରପାତ ଓ ଘଡଘଡି ମାରିବାର ସମ୍ଭାବନା ରହିଛ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ୫ ତାରିଖରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ। ସେହିପରି ଗଜପତି, ଗଞ୍ଜାମ, ରାୟଗଡ଼ା, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୭ ତାରିଖରେ ନୂଆପଡ଼ା, କଳାହାଣ୍ଡି, ବରଗଡ଼, ବଲାଙ୍ଗିର ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ। ସେହିପରି ବୌଦ୍ଧ, ସୋନପୁର, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ସମ୍ୱଲପୁର, ଅନୁଗୋଳ ଓ ନୟାଗଡ଼ ଜିଲ୍ଲା ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert Weather Report