Advertisment

ଆସୁଛି ଆଉ ଏକ ଲଘୁଚାପ; ୩ ଦିନ ପ୍ରବଳ ବର୍ଷିବ!

ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶୁକ୍ରବାର କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା କେତେ ଜିଲ୍ଲାରେ ପ୍ରବଳ ଘଡ଼ଘଡ଼ି ସହ ବଜ୍ରପାତହେବାର ସମ୍ଭାବନା ରହିଛି।

ଶନିବାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର,ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ରବିବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe