Advertisment

ଓଡ଼ିଶା ଉପରେ ସିରିଜ ଘୂର୍ଣ୍ଣିବଳୟ; ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା!

ଦକ୍ଷିଣ ବାଂଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ। ଏହା ଉତ୍ତର ଦିଗକୁ ଗତିକରୁଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇପାରେ। ଏହା ସହ ରାଜ୍ୟ ଉପରେ ମୌସୁମୀ ସକ୍ରିୟ ସହ ଝାଡଖଣ୍ଡ ଓ ତା’ର ଆଖପାଖରେ ମଧ୍ୟ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି।

author-image
Manoranjan Sial
Rain

Rain

ଓଡ଼ିଶା ଉପରେ ସିରିଜ ଘୂର୍ଣ୍ଣିବଳୟ। ଦକ୍ଷିଣ ବାଂଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ। ଏହା ଉତ୍ତର ଦିଗକୁ ଗତିକରୁଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇପାରେ। ଏହା ସହ ରାଜ୍ୟ ଉପରେ ମୌସୁମୀ ସକ୍ରିୟ ସହ ଝାଡଖଣ୍ଡ ଓ ତା’ର ଆଖପାଖରେ ମଧ୍ୟ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହା ଆଗକୁ ଘନୀଭୂତ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣି ପାଗ ବିଭାଗ। ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ୫ରୁ ୭ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶନିବାର ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ,ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଅନୁଗୋଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert