/odisha-reporter/media/post_attachments/uploadimage/library/16_9/16_9_0/Rain_1695127711.jpg)
Rain
ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥି ଯୋଗୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୦ ତାରିଖ ଅର୍ଥାତ ବୁଧବାର କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗିର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁର ଏବଂ ଖୋର୍ଦ୍ଧା ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।
ସୃଷ୍ଟି ହେଲା #ଲଘୁଚାପ
ଗତ କାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି |
ଏହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି pic.twitter.com/LrZAeEz9Hs— Meteorological Centre, Bhubaneswar (@mcbbsr) September 19, 2023
ଗୁରୁବାର ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଦେବଗଡ଼ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଶୁକ୍ରବାର ନବରଙ୍ଗପୁର, ନୂଆପଡ଼ା. ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
प्रेस विज्ञप्ति /Press Release dated 19th Sept 2023: Low pressure area over northwest Bay of Bengal off West Bengal-Odisha coasts & heavy rainfall over Odisha. pic.twitter.com/y9KqBBSjQF
— Meteorological Centre, Bhubaneswar (@mcbbsr) September 19, 2023
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
