Advertisment

ଆହୁରି ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷିବ!

ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ। ତେବେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Heavy Rain

Heavy Rain

Advertisment

ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ। ତେବେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ସମ୍ୱଲପୁର, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ବୁଧବାର ଅନୁଗୋଳ, ଢେଙ୍କାନାଳ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ,ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ,ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe