Advertisment

ଆଗାମୀ ୫ ଦିନ ଲାଗି ରହିବ ବର୍ଷା; କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ମାରିବ

କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବଜ୍ରପାତ ଓ ଘଡ଼ଘଡି ମଧ୍ୟ ହେବାର ରହିଛି। ଯେଉଁଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Rain

Rain

Advertisment

ଆଗାମୀ ୫ରୁ ୭ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ତେବେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବଜ୍ରପାତ ଓ ଘଡ଼ଘଡି ମଧ୍ୟ ହେବାର ରହିଛି। ଯେଉଁଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ ବାଂଲାଦେଶ ଓ ତା’ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଅନୁଗୋଳ,ଢେଙ୍କାନାଳ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ କେତେକ ଅଞ୍ଚଳରେ ବଜ୍ରପାତ ଓ ଘଡ଼ଘଡି ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ଶୁକ୍ରବାର ସମଗ୍ର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶନିବାର ମଧ୍ୟ ସମଗ୍ର ରାଜ୍ୟରେ ବର୍ଷା ହେବ। ତେବେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଦେବଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ମୌସୁମୀ ଟ୍ରପ୍‌ଲାଇନ୍‌ ଦୀଘା ଦେଇ ପାସ୍‌ କରୁଛି। ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ରହିଛି। ସେପରେ ଆଗାମୀ ୨୪ ଘଣ୍ଟା ଭିତରେ ଦକ୍ଷିଣ ବାଂଲାଦେଶ ଓ ତା’ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ଆଉ ଏକ ଘୂର୍ଣ୍ଣିବଳୟ ଝାରଖଣ୍ଡ ଉପରେ ରହିଛି। ଏହି ସବୁ କାରଣରୁ ଓଡ଼ିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି।

Heavy Rain Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe