Advertisment

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୩୦ ପ୍ରବଳରୁ ଅତି ପ୍ରବଳ ବର୍ଷିବ!

୩୦ ତାରିଖରୁ ଅକ୍ଟୋବର ୩ ତାରିଖ ସକାଳ ସାଢ଼େ ୮ଟା ଯାଏଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛନ୍ତି।

undefined

Rain

Advertisment

ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପୂର୍ବରୁ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରେ ୩୦ ତାରିଖରୁ ଅକ୍ଟୋବର ୩ ତାରିଖ ସକାଳ ସାଢ଼େ ୮ଟା ଯାଏଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛନ୍ତି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଡଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ବାଲେଶ୍ୱର ଜିଲ୍ଲା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବଜ୍ରପାତ-ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୩୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅକ୍ଟୋବର ୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର,ଅନୁଗୋଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର,ବରଗଡ଼, ଝାରସୁଗୁଡ଼ା, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସାଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ମାଲକାନଗିରି, କୋରାପୁଟ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Heavy Rain Rain Alert
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe