Advertisment

ଚାଷୀ ପାଇଁ ଆସିଲା ଭଲ ଖବର; ଆଗାମୀ ୫ ଦିନ ପ୍ରବଳ ବର୍ଷା!

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Rain

Rain

Advertisment

ଆଷାଢ଼ ସାରିବାକୁ ବସିଲାଣି। ହେଲେ ବିଲରେ ବିଲୁଆ ଡେଉଁଛି। ମେଘର ଦେଖାନାହିଁ। ଯେଉଁଥିପାଇଁ ଚାଷୀ ଭାଇ ବିଚରା ଚାଷ କାର୍ଯ୍ୟ ଆରମ୍ଭ କରିପାରୁନି। ହେଲେ ଆଜି ଚାଷୀ ଭାଇଙ୍କ ପାଇଁ ଆସୁଛି ଭଲ ଖବର। ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଅନୁଗୋଳ, ନୟାଗଡ଼, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା ଝାରସୁଗୁଡ଼ା, ସମ୍ୱଲପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ କଟକ ଜିଲ୍ଲାରେ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ସୋମବାର ରାଜ୍ୟର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷାହେବାର ସମ୍ଭାବନା ରହିଛି। ନୂଆପଡ଼ା, ‍ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼, କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ମଧ୍ୟ ପ୍ରବଳ ବର୍ଷା ନେଇ କୌଣସି ପୂର୍ବାନୁମାନ ନାହିଁ। କିଛି କେତେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ବୁଧବାର ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି,ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ର ଓ ଶନିବାର ମଧ୍ୟ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Heavy Rain Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe