Advertisment

ବୁଧବାରଠାରୁ ୭ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ଓ ପ୍ରବଳ ବର୍ଷା!

କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

undefined

Rain

Advertisment

ବୁଧବାରଠାରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବ! ଏଥିସହ ଆଉ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ବୁଧବାର ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ୍‌ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲା ସମେତ ବୁଧବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶୁକ୍ରବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ସୋନପୁର, ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ୍‌ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶନିବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Weather Report Lighting
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe