Advertisment

ଆହୁରି ଦୁଇ ଦିନ ପ୍ରବଳ ବର୍ଷିବ!

ଆଜି ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇଛି। ଅପରାହ୍ନରେ ହଠାତ୍‌ ଆକାଶରେ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ପରେ ପ୍ରବର୍ଷା ହୋଇଥିଲା। ବର୍ଷାରେ ବେହାଲ ହୋଇଥିଲା ରାଜଧାନୀ।

author-image
Manoranjan Sial
undefined

Rain

ଆଜି ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଆଜି ପରି ଆସନ୍ତାକାଲି ମଧ୍ୟ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୪ ଘଣ୍ଟା ଭିତରେ ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବରଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି କୋରାପୁଟ, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ, ବରଗଡ଼, ଅନୁଗୋଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ୨୪ ତାରିଖରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ବଲାଙ୍ଗିର, ବୌଦ୍ଧ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ମୟୂରଭଞ୍ଜ, ଅନୁଗୋଳ, କେନ୍ଦୁଝର, ସମ୍ୱଲପୁର, ବରଗଡ଼, ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ତେବେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇଛି। ଅପରାହ୍ନରେ ହଠାତ୍‌ ଆକାଶରେ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ପରେ ପ୍ରବର୍ଷା ହୋଇଥିଲା। ବର୍ଷାରେ ବେହାଲ ହୋଇଥିଲା ରାଜଧାନୀ।

Heavy Rain Rain Alert