Advertisment

ଲଘୁଚାପ: ୨୭ ସକାଳ ଯାଏଁ ୟେଲୋ ୱାର୍ଣ୍ଣିଂ, କେଉଁ ଜିଲ୍ଲାରେ ପ୍ରବଳ ବର୍ଷିବ ଜାଣନ୍ତୁ

ବର୍ତ୍ତମାନ ସୁଦ୍ଧା ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି।

author-image
Jitendra Garnayak
Rain

Rain

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Advertisment

ଲଘୁଚାପ ପ୍ରଭାବରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, କନ୍ଧମାଳ ଓ ଝାରସୁଗୁଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା (୭ ସିଏମ୍‌ରୁ ୧୧ ସିଏମ୍‌) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ୍ ୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ (ଗୁରୁବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Advertisment

ସେହିପରି ୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୩୪.୪ମିମି ବର୍ଷା ରେକର୍ଡ ହୋଇଛି, ଯାହା ସ୍ୱାଭାବିକ ବର୍ଷା ୧୧୨୦.୩ ମିମିରୁ କମ୍‌। ବର୍ତ୍ତମାନ ସୁଦ୍ଧା ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି। ସେହିଭଳି ୯ଟି ଜିଲ୍ଲା- ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Weather Update Weather News Weather Forecast