ପ୍ରବଳ ବର୍ଷା ସମ୍ଭାବନା: ୧୪ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ରାଜ୍ୟରେ ଆଜିଠୁ ୨୨ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଦର୍ଶାଇ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନରମାନଙ୍କୁ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି ।

Rain

Representation image

Ordigital Desk
  • Published: Thursday, 18 July 2024
  • Updated: 18 July 2024, 10:56 PM IST

Sports

Latest News

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରାଜ୍ୟ ସରକାର ଆଜି ୧୪ଟି ଜିଲ୍ଲାର ଜିଲ୍ଲାପାଳ ଓ ୩ଟି ମହାନଗର ନିଗମର କମିଶନରଙ୍କୁ ସତର୍କତାମୂଳକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ରାଜ୍ୟରେ ଆଜିଠୁ ୨୨ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଦର୍ଶାଇ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନରମାନଙ୍କୁ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି । ପାଣିପାଗ ବିଭାଗର ତଥ୍ୟ ଅନୁସାରେ ରାଜ୍ୟର କିଛି ଜିଲ୍ଲାରେ ୧୮ରୁ ୨୨ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବାରୁ ଆଗୁଆ ପଦକ୍ଷେପ ନେବାକୁ ସେ କହିଛନ୍ତି ।

Also Read

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ବୌଦ୍ଧ ଓ ସୋନପୁରର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ପ୍ରସ୍ତୁତ ରହିବାକୁ କହିଛନ୍ତି ।

ବର୍ଷା ଯୋଗୁ ବିଭିନ୍ନ ନଦୀ,ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଏହାସହିତ ପାହାଡ଼ିଆ ଅଂଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାର ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ କର୍ମଚାରୀଙ୍କୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି । ବିଭିନ୍ନ ଦୁର୍ବଳ ନଦୀ ଓ କେନାଲବନ୍ଧଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଦାୟିତ୍ୱରେ ଥିବା ଇଞ୍ଜିନିୟରମାନଙ୍କୁ କୁହାଯାଇଛି ।

ସେହିପରି ଯଦି କୌଣସି ସ୍ଥାନରେ ବନ୍ଧ ଭାଙ୍ଗି ବନ୍ୟା ଆସେ ତା’ର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ମଧ୍ୟ କୁହାଯାଇଛି । ଏହାସହିତ ସହରାଚଂଳରେ ଯେଉଁ ସ୍ଥାନଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଛି ସେଠାକୁ ଜଳମୁକ୍ତ କରିବା ପାଇଁ ଅଗ୍ରୀମ ପ୍ରସ୍ତୁତି କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story