Advertisment

୭୨ ଘଣ୍ଟାରେ ଲଘୁଚାପ! ତିନି ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଆଗାମୀ ଦୁଇ ଦିନ ଧରି ବଜ୍ରପାତ ଓ ଘଡ଼ଘଡ଼ି ମାରିପାରେ। ତା’ ପରବର୍ତ୍ତୀ ୩ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଦ୍ୟତନ ହୋଇଛି
undefined

Rain

Advertisment

ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Advertisment

ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ସେହିପରି ଏହାର ପରବର୍ତ୍ତୀ ୩ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ସକାଳ ୮.୩୦ ସୁଦ୍ଧା କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Advertisment

ସେହିପରି ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରି ପାରେ। ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆସନ୍ତା କାଲି ଅର୍ଥାତ ୧୨ ତାରିଖରେ ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ରାୟଗଡ଼ ଓ ଜଗତପତି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ଅଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

୧୩ ତାରିଖରେ ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଦେବଗଡ଼, ସମ୍ୱଲପୁର, ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

୧୪ ତାରିଖରେ କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୫ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ମୌସୁମୀ ନିମ୍ନଚାପ ରେଖା ଆଜି ତା’ର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଯଶେଲମେରରୁ ବାହାରି କୋଟା, ଗୁନା, ସାଗର, ପେନ୍ଦ୍ରାରୋଡ଼, ଝାରସୁଗୁଡା ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।

Heavy Rain Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe