Advertisment

୧୬ରେ ୩ ଜିଲ୍ଲାରେ ଅତିପ୍ରବଳ ବର୍ଷା

କାଲିଠାରୁ ରାଜ୍ୟରେ ହେବ ବର୍ଷା। ତା’ପର ଦିନ ଅର୍ଥାତ୍ ୧୬ ତାରିଖରେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୭ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ଅଦ୍ୟତନ ହୋଇଛି
Rain

Rain

Advertisment

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତାକାଲି ସୁଦ୍ଧା ଅବପାତରେ ଓ ଗୁରୁବାର ବେଳକୁ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ। ୧୬ ତାରିଖରେ ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୧୭ ତାରିଖରେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Advertisment

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଗତକାଲିର ଘୂର୍ଣ୍ଣିବଳୟଟି ଆଜି ସକାଳେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି। ବର୍ତ୍ତମାନ ସମୟରେ ଏହା ସେହି ସ୍ଥାନରେ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁ ମଣ୍ଡଳରେ ମଧ୍ୟଭାଗ ଯାଏଁ ବ୍ୟାପିଛି ଓ ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି।

ଅନୁମାନ କରାଯାଉଛି ୧୫ ତାରିଖ ଅର୍ଥାତ୍ ଆସନ୍ତାକାଲି ସୁଦ୍ଧା ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ ଓ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଏବଂ ଅବପାତରେ ପରିଣତ ହେବ। ୧୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ପହଞ୍ଚି ଏହା ଗଭୀର ଅବପାତର ରୂପ ନେବ ଓ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ପରେ ଧୀରେ ଧୀରେ ଏହାର ଗତିପଥ ବଦଳିବ ଓ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବ।

Advertisment

ଶ୍ରୀ ଦାସ କହିଛନ୍ତି, ଏହାର ପ୍ରଭାବରେ ୧୫ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୬ ତାରିଖରେ ବର୍ଷାର ମାତ୍ରା ସର୍ବାଧିକ ରହିବ। ୧୬ ତାରିଖରେ ୩ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ (୭ରୁ ୨୦ ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ପାର୍ଶ୍ୱବର୍ତ୍ତୀ ଜିଲ୍ଲା- କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, ବାଲେଶ୍ଵର ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେଣ୍ଟିମିଟର) ହେବାର ସମ୍ଭାବନା ରହିଛି। ୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣି ଜାରି କରାଯାଇଛି।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଆହୁରି କହିଛନ୍ତି, ଯେହେତୁ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇ ସାରିଛି ଓ ଅବପାତରେ ପରିଣତ ହେବ, ତେଣୁ ୧୫ ତାରିଖ ଠାରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ବହିବ। ୧୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ପାଖାପାଖି ଅଞ୍ଚଳରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ହେବ। ପବନର ବେଗ ସର୍ବାଧିକ ୬୫ କିମି ପର୍ଯ୍ୟନ୍ତ ରହିବାର ସମ୍ଭାବନା ରହିଛି। ୧୭ ଓ ୧୮ ତାରିଖରେ ଓଡ଼ିଶା ଉପକୂଳର ଆଖପାଖ ଅଞ୍ଚଳ ସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ମଧ୍ୟ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିମି ଓ ସର୍ବାଧିକ ୬୫ କିମି ରହିବ। ତେଣୁ ସମୁଦ୍ର ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ହେବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ୧୫ ତାରିଖରୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ୧୪ ରାତି ସୁଦ୍ଧା ଗଭୀର ସମୁଦ୍ର ଭିତରେ ଥିବା ମତ୍ସ୍ୟଜୀବୀଙ୍କୁ କୂଳକୁ ଫେରି ଆସିବାକୁ ସୂଚନା ଜାରି କରାଯାଇଛି। ବର୍ଷା ପ୍ରଭାବରେ ଖରିଫ ଚାଷ ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ ଅମଳ ଉପଯୁକ୍ତ ଫସଲଗୁଡ଼ିକୁ ଅମଳ କରି ତୁରନ୍ତ ସୁରକ୍ଷିତ ସ୍ଥାନରେ ରଖିବାକୁ ପରାମର୍ଶ ଦିଆଯାଇଛି।

Heavy Rain Low Pressure Weather Report Weather Update Weather News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe