Advertisment

ଆଜି ପରି ଆଗାମୀ ଦୁଇ ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି

ଜୁନ ୧ ତାରିଖରୁ ଆଜି ଯାଏଁ ରାଜ୍ୟରେ ୪୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

undefined

Heat Wave

Advertisment

ଆଜି ପରି ଆଗାମୀ ଦୁଇ ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବ। ଅର୍ଥାତ ୧୯ ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ,ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ଲାଗି ରହିବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ସେପଟେ ଜୁନ ୧ ତାରିଖରୁ ଆଜି ଯାଏଁ ରାଜ୍ୟରେ ୪୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ମଙ୍ଗଳବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ,ଅନୁଗୋଳ, କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ,କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

Advertisment

ଗୁରୁବାର ବରଗଡ଼, ଝାରସୁଗୁଡ଼ା ଓ ସମ୍ୱଲପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heat Wave Heat Wave In Odisha Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe