/odisha-reporter/media/post_attachments/uploadimage/library/16_9/16_9_0/Heat_wave_1714297553.jpg)
Heat wave
ପୁଣି ଫେରିଲା ହିଟୱେଭ। ଅସମ୍ଭାଳ ହେବ ତାତି। ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ଦିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨୦ ତାରିଖରେ ୬ ଜିଲ୍ଲା ୨୧ ତାରିଖରେ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁସାରେ ଶନିବାର ଓ ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ଗୁଳୁଗୁଳି ଅନୁଭୂତି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
