Advertisment

ଆଜି ପରି ଶନିବାର ଜାରି ରହିବ ତାତି; ରବିବାରଠୁ ବର୍ଷା!

ଦିନ ପରି ରାତିରେ ମଧ୍ୟ ସ୍ଥିତି ଭୟଙ୍କର ହେବ। ପ୍ରବଳ ଗୁଳୁଗୁଳି ଯୋଗୁ ଜୀବନ ଯାତ୍ରା ଯନ୍ତ୍ରଣାଦାୟକ ହେବ। ମାଲକାନଗିରି, ବୌଦ୍ଧ, ବଲାଙ୍ଗିର, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୁଳିଗୁଳି ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
undefined

Heat Wave

Advertisment

ଆଜି ତତଲା ତାୱାରେ ଭାଜି ହୋଇଛନ୍ତି ରାଜଧାନୀବାସୀ। ଆଜି ପରି ଆସନ୍ତାକାଲି ଶନିବାର ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ତେବେ ରବିବାରଠାରୁ ପାଗର ପରିବର୍ତ୍ତନ ହୋଇପାରେ। ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ହେବାର ସମ୍ଭାବନା ଥିବାରୁ ତାତିରେ ଲାଗିପାରେ ବ୍ରେକ୍‌। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ନୂର୍ବାନୁମାନ କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶନିବାର ମାଲକାନଗିରି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ୱର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ଦିନ ପରି ରାତିରେ ମଧ୍ୟ ସ୍ଥିତି ଭୟଙ୍କର ହେବ। ପ୍ରବଳ ଗୁଳୁଗୁଳି ଯୋଗୁ ଜୀବନ ଯାତ୍ରା ଯନ୍ତ୍ରଣାଦାୟକ ହେବ। ମାଲକାନଗିରି, ବୌଦ୍ଧ, ବଲାଙ୍ଗିର, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୁଳିଗୁଳି ହେବାର ସମ୍ଭାବନା ରହିଛି। ପ୍ରବଳ ଗରମ ସତ୍ତ୍ୱେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ମାରିପରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ତାତିରେ ଲାଗିପାରେ ବ୍ରେକ୍‌। କାରଣ ବୌଦ୍ଧ, ଅନୁଗୋଳ, ନୟାଗଡ଼, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ବୌଦ୍ଧ, ନୟାଗଡ଼, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ସୋନପୁର, ସମ୍ୱଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ମାରିପାରେ। ସେହିପରି ବଲାଙ୍ଗିର, ସୋନପୁର, ସମ୍ୱଲପୁର ଓ କେନ୍ଦୁଝର ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସୋନପୁର, ସମ୍ୱଲପୁର, ବୌଦ୍ଧ, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସମୟରେ ପବନ ବୋହିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ରବିବାର ପରି ସୋମବାର ମଧ୍ୟ ବର୍ଷା ହୋଇପାରେ। କଟକ ଓ ଯାଜପୁର ଜିଲ୍ଲାରେକେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘନି ଏବଂ ପବନ ବୋହିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heat Wave Heat Wave In Odisha Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe