Advertisment

ଭୟଙ୍କର ସ୍ଥିତି; ଦିନରେ ମୁଣ୍ଡଫଟା ଖରା, ରାତିରେ ପ୍ରବଳ ଗୁଳୁଗୁଳି!

ଦିନର ତାତିକୁ ବଳି ଯିବ ରାତିର ଯନ୍ତ୍ରଣା। ଗୁଳୁଗୁଳି ହୋଇପାରେ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଦ୍ୟତନ ହୋଇଛି
undefined

Heat Wave

Advertisment

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି! ବିଶେଷ କରି ଆଗାମୀ ୫ ସ୍ଥିତି ଅସମ୍ଭାଳ ହେବ। ଆସନ୍ତା କାଲିଠାରୁ ରାଜ୍ୟର କେତେକ ଜିଲ୍ଲାରେ ଦିନରେ ଅସମ୍ଭାଳ ତାତି ଅନୁଭୂତ ହେବାର ସମ୍ଭାବନା ରହିଛି। ଦିନର ତାତିକୁ ବଳି ଯିବ ରାତିର ଯନ୍ତ୍ରଣା। ପ୍ରବଳ ଗୁଳୁଗୁଳି ହୋଇପାରେ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ୩ ତାରିଖ(ବୁଧବାର)ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ଦିନ ବେଳା ପ୍ରବଳ ଗରମ ଅନୁଭୂତ ହେବାର ସମ୍ଭାବନା ରହିଛି। ସେହିପରି ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ସୋନପୁର, ବୌଦ୍ଧ ଓ ନୟାଗଡ଼ ଜିଲ୍ଲା ଗୋଟିଏ ଦୁଟି ସ୍ଥାନରେ ରାତିରେ ଅସମ୍ଭାଳ ତାତି ସହିତ ଗୁଳୁଗୁଳି ଅନୁଭୂତ ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ଦିନରେ ପ୍ରବଳ ଗରମ ଅନୁଭୂତ ହେବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବୌଦ୍ଧ, କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ରାତିରେ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବାର ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶୁକ୍ରବାରଠାରୁ ରବିବାର ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, କଟକ, ନୟାଗଡ଼, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଦିନରେ ଅସମ୍ଭାର ତାତି ଅନୁଭୂତ ହେବ। ସେହିପରି କଳାହାଣ୍ଡି,ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ନୟାଗଡ଼, ଅନୁଗୋଳ, ଖୋର୍ଦ୍ଧା, କଟକ ଓ କେନ୍ଦୁଝରରେ ରାତିରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heat Wave Heat Wave In Odisha Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe