Advertisment

ଜୁଲାଇ ୧୨ ପର୍ଯ୍ୟନ୍ତ କେମିତି ରହିବ ପାଗ: ଜାଣନ୍ତୁ, ପାଣିପାଗ ବିଭାଗର ପୂର୍ବାନୁମାନ

କେତେ ବର୍ଷା ହେବ? କେଉଁ ଜିଲ୍ଲାଗୁଡ଼ିକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ ଓ କେଉଁ ଜିଲ୍ଲାଗୁଡ଼ିକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ?

author-image
Jitendra Garnayak
ଅଦ୍ୟତନ ହୋଇଛି
Rain

Rain

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଉପରେ ସକ୍ରିୟ ରହିଥିବା ବେଳେ ଆଗାମୀ ୭ ଦିନ ପାଇଁ ବର୍ଷା ନେଇ ପୂର୍ବାନୁମାନ କରିବା ସହିତ ଚେତାବନୀ ଦେଇଛି ପାଣିପାଗ ବିଭାଗ।

Advertisment

ଆଜି ମଧ୍ୟାହ୍ନରେ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନରେ କୁହାଯାଇଛି ଯେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବିଜୁଳି ମାରିବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ଦେବଗଡ଼, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗିର, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Advertisment

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ପ୍ରବାହିତ ହେବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି (ଜୁଲାଇ ୬ ତାରିଖ) ସକାଳ ସାଢ଼େ ୮ଟାରୁ ୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ଅନୁଗୋଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ପ୍ରବାହିତ ହେବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୭ ତାରିଖ ସକାଳ ସାଢ଼େ ୮ଟାରୁ ୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୮ ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ କୌଣସି ଜିଲ୍ଲା ପାଇଁ ଚେତାବନୀ ଜାରି କରାଯାଇନାହିଁ।

୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ କୌଣସି ଜିଲ୍ଲା ପାଇଁ ଚେତାବନୀ ଜାରି କରାଯାଇନାହିଁ।

୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ କୌଣସି ଜିଲ୍ଲା ପାଇଁ ଚେତାବନୀ ଜାରି କରାଯାଇନାହିଁ।

ସେହିପରି ୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପାଣିପାଗରେ କୌଣସି ବଡ଼ ପରିବର୍ତ୍ତନ ହେବା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Rain Alert Weather Update Weather Forecast