Advertisment

ବିପଦ ସଂକେତ ଉପରେ ଜଳକା, ଘାରିଲାଣି ବନ୍ୟା ଭୟ

ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି।

author-image
Tapaswini Nayak
jalaka river

jalaka river

ରାଜ୍ୟରେ ଗତ କିଛି ଦିନ ହେବ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ। ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି।

Advertisment

ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ସହ ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ।

ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବଢୁଛି ନଦୀର ଜଳସ୍ତର।ବର୍ତ୍ତମାନ ବନ୍ୟା ପରିସ୍ଥିତି ଉପୁଜିଲେ ଏବେ ରୁଆ ଯାଇଥିବା ଧାନ ତଳି ସବୁ ପଚି ଯିବା ସମେତ ବସ୍ତା ଏବଂ ସଦର‌ ବ୍ଲକର ପାଖାପାଖି ପଞ୍ଚାୟତର ଚାଷ‌ କ୍ଷତି ହେବାର ଆଶଙ୍କା କରାଯାଉଛି ।

Advertisment

ସୂଚନାଯୋଗ୍ୟ, ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଉଛି।

Heavy Rain Weather Report Weather