Advertisment

ଜଳୁଛି ଓଡ଼ିଶା; ସାଢ଼େ ଦୁଇଟା ସୁଦ୍ଧା ଝାରସୁଗୁଡ଼ା ଉତ୍ତପ୍ତ ସହର

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି।

author-image
Manoranjan Sial
Heat Wave

Heat Wave

ତାତିରେ ଜଳୁଛି ଓଡ଼ିଶା। ଜୀବନ ଯାତ୍ରାକୁ ଅସ୍ତବ୍ୟକ୍ତ କରିଛି ତାତି। ଆଜି ଦିନ ସାଢ଼େ ଦୁଇଟା ସୁଦ୍ଧା ଶିଳ୍ପ ନଗରୀ ଝାରସୁଗୁଡ଼ା ପାଲଟିଛି ଉତ୍ତପ୍ତ ସହର। ଆଜି ଏଠାରେ ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଝାରସୁଗୁଡା ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୩ ଡିଗ୍ରୀ, ହୀରାକୁଦର ୪୩ ଡିଗ୍ରୀ, ରାଉରକେଲାର ୪୨ ଡିଗ୍ରୀ, କେନ୍ଦୁଝରର ୪୧.୮ ଡିଗ୍ରୀ, ଚାନ୍ଦବାଲିର ୪୧.୬ ଡିଗ୍ରୀ, ଭୁବନେଶ୍ୱର ୪୦.୫ ଡିଗ୍ରୀ, ବାଲେଶ୍ୱରର ୩୯.୬ ଡିଗ୍ରୀ, ପୁରୀର ୩୪.୪ ଡିଗ୍ରୀ,ଗୋପାଳପୁରର ୩୩.୬ ଡିଗ୍ରୀ, ପାରାଦୀପର ୩୩.୯ ଡିଗ୍ରୀ ରେକର୍ଡ କରାଯାଛି।

ସେପଟେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ୪୫ କିମ୍ବା ତା’ଠୁ ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ଦିନ ୧୧ରୁ ୩ ଟା ଭିତରେ ବାହାରକୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ।

Advertisment

ଆଗାମୀ ୨ ଦିନ ପାଇଁ ଦକ୍ଷିଣ ଓଡ଼ିଶା ସମେତ ଆଖପାଖ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ଖୋର୍ଦ୍ଧାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖି ବର୍ଷା ହୋଇପାରେ। ପଶ୍ଚିମ ଦିଗରୁ ଶୁଷ୍କ ପବନ ପ୍ରବାହିତ ହେଉଛି। ଯାହା ଫଳରେ ଗରମ ବଢୁଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି।

Heat Wave Heat Wave In Odisha Weather Report