Advertisment

ଦୁଇଦିନ ପାଗ ଶୁଖିଲା ରହିବ; ୧୧ରୁ ପୁଣି ବର୍ଷା, ୧୨ରେ ଛେଚିବ!

ପୁଣି ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

author-image
Manoranjan Sial
undefined

Rain

ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହୋଇପାରେ। ହେଲେ ଆସନ୍ତା ୯ ଓ ୧୦ ତାରିଖରେ ବର୍ଷା କମିବ। ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ପୁଣି ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତା ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୨ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜତସିଂହପୁର ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ଅଧିକାଂସ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସର୍ବାଧିକ ବର୍ଷା ବଲାଙ୍ଗିର ଜିଲ୍ଲାରେ ପାଟଣାଗଡ଼ରେ ରେକର୍ଡ କରାଯାଇଛି। ଏଠାରେ ୧୦୨ ମିଲିମିଟର ବର୍ଷା ହୋଇଛି। ତା’ ସହିତ ୭ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।

Heavy Rain Rain Alert Weather Report