Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଜାଣନ୍ତୁ, କେଉଁଠି ପ୍ରବଳ ଓ କେଉଁଠି ଅତି ପ୍ରବଳ ବର୍ଷା ହେବ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିଥିବା ବେଳେ ଭୁବନେଶ୍ୱର ସମେତ ଆଉ କିଛି ସ୍ଥାନରେ ବର୍ଷା ହେଉଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର ଦିଗରେ ଗତି କରି ଆସନ୍ତା ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

Advertisment

ଲଘୁଚାପ ପ୍ରଭାବରେ ରାଜ୍ୟରେ ମେ’ ୩୧ ତାରିଖ ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିଥିବା ବେଳେ ଭୁବନେଶ୍ୱର ସମେତ ଆଉ କିଛି ସ୍ଥାନରେ ବର୍ଷା ହେଉଛି। କେଉଁଠି ଝିପିଝିପି ତ କେଉଁଠି ଜୋରରେ ବର୍ଷା ହେଉଛି। 

ଅନ୍ୟପକ୍ଷରେ ରାଜ୍ୟରେ ବର୍ଷା ନେଇ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି)। ସତର୍କ ରହିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କୁ ସଚେତନ କରିବା ସହ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।

Advertisment

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ‘ଏକ୍ସ’ରେ ଜାରି କରାଯାଇଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି (ମେ’ ୨୮) ସକାଳ ସାଢ଼େ ପର୍ଯ୍ୟନ୍ତ କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା (୧୨ସେମିରୁ ୨୦ସେମି) ହେବାର ସମ୍ଭାବନା ରହିଛି। ଜିଲ୍ଲାରେ ବର୍ଷା ସହିତ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ତା’ ସହିତ ବିଜୁଳି ମଧ୍ୟ ମାରିବ।

ସେହିଭଳି ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ନୂଆପଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହିତ ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ ଓ ବିଜୁଳି ବି ମାରିବ।

ଗଞ୍ଜାମ, ବଲାଙ୍ଗିର, ନୟାଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ଜିଲ୍ଲାରେ ବର୍ଷା ସହିତ ବିଜୁଳି ମାରିବ ଓ ପବନ ହେବ।

୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଟକ, ଜଗତସିଂହପୁର, ପୁରୀ, କୋରାପୁଟ ଓ ରାୟଗଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବ ଓ ବିଜୁଳି ମଧ୍ୟ ମାରିବ।

ବାକି ସବୁ ଜିଲ୍ଲାଗୁଡ଼ିକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଥିରୁ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତା’ ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବ ଓ ବିଜୁଳି ମଧ୍ୟ ମାରିବ।

ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ସହିତ ବିଜୁଳି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।

୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହୋଇପାରେ।

ଏହି ସମୟ ପାଇଁ ବର୍ଷା ନେଇ ବାକି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଥିରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବି ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହିତ ଏହି ସବୁ ଜିଲ୍ଲାରେ ବିଜୁଳି ମାରିବ ଓ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବ। ବାକି ଜିଲ୍ଲାଗୁଡ଼ିକରେ ବର୍ଷା ସହିତ ପବନ ହେବ ଓ ବିଜୁଳି ମାରିବ।

୩୦ ତାରିଖ ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତା’ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବ ଓ ବିଜୁଳି ମାରିବ। ବାକି ଜିଲ୍ଲାଗୁଡ଼ିକ ପାଇଁ କୌଣସି ପ୍ରକାର ୱାର୍ଣ୍ଣିଂ ଜାରି କରି ନାହିଁ ପାଣିପାଗ ବିଭାଗ।

ମେ’ ୩୧ ତାରିଖ ସକାଳ ସାଢ଼େ ୮ଟାରୁ ଜୁନ୍ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲ୍ଲା ପାଇଁ କୌଣସି ୱାର୍ଣ୍ଣିଂ ଜାରି କରାଯାଇନାହିଁ।

ଜୁନ୍‌ରେ ଅଧିକ ବର୍ଷିବ

ମୌସୁମୀ ବର୍ଷା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଜୁନ୍‌ ମାସରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଜୁନ୍‌ରେ ୧୦୬ ପ୍ରତିଶତ ବର୍ଷା ହୋଇପାରେ। ପ୍ରାକ୍‌ ମୌସୁମୀ ବର୍ଷା ସ୍ୱାଭାବିକଠୁ ଅଧିକ ରହିଛି। ମେ’ ମାସରେ ଦେଶରେ ସ୍ୱାଭାବିକଠୁ ଅଧିକ ବର୍ଷା ହୋଇଛି।ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ି ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି। କେରଳକୁ ୮ ଦିନ ପୂର୍ବରୁ ମୌସୁମୀ ପ୍ରବେଶ କରିଛି। ଦକ୍ଷିଣ ଭାରତ ଓ ମହାରାଷ୍ଟ୍ରରେ ମଧ୍ୟ ମୌସୁମୀ ଆଗୁଆ ପହଞ୍ଚିଛି। ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଛି।

Heavy Rain Rain Alert Low Pressure Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe