Advertisment

ଲଘୁଚାପ କ୍ଷେତ୍ର ସୃଷ୍ଟି; ପ୍ରବଳ, ଅତି ପ୍ରବଳ ଓ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ୟେଲୋ, ଅରେଞ୍ଜ ଓ ରେଡ୍ ୱାର୍ଣ୍ଣିଂ ଜାରି

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ଓ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ, ଅରେଞ୍ଜ ଓ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

author-image
Jitendra Garnayak
ଅଦ୍ୟତନ ହୋଇଛି
Rain

Rain

ଉତ୍ତର ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳକୁ ଗତି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ ଉଲ୍ଲେଖ କରାଯାଇଛି।

Advertisment

ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ଓ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ, ଅରେଞ୍ଜ ଓ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି (ଜୁଲାଇ ୨୫) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଅତ୍ୟନ୍ତ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି।

Advertisment

ଏହି ସମୟ ମଧ୍ୟରେ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଦେବଗଡ଼, ଅନୁଗୋଳ, ସୁନ୍ଦରଗଡ଼, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବଲାଙ୍ଗିର, କଳାହାଣ୍ଡି, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ପୁରୀ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

କୋରାପୁଟ, ନବରଙ୍ଗପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖ ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ବାଲେଶ୍ୱରଳ ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, କେନ୍ଦୁଝର, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain