Advertisment

ଘନଉଛି ଲଘୁଚାପ; ୧ରୁ ୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷିବ!

ସେପ୍ଟେମ୍ୱର ମାସରେ ଭଲ ବର୍ଷା ସତ୍ତ୍ୱେ ନବରଙ୍ଗପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ନିଅଣ୍ଟିଆ ବର୍ଷା। ୩ଟି ଜିଲ୍ଲା ସହ ସାରା ରାଜ୍ୟରେ ୩% ନିଅଣ୍ଟିଆ ବର୍ଷା ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ।

author-image
Manoranjan Sial
Rain

Rain

ବଙ୍ଗୋପସାଗରରେ ଘନଉଛି ଲଘୁଚାପ। ଆସନ୍ତା ୪୮ ଘଣ୍ଟାରେ ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ସ୍ପଷ୍ଟ ଲଘୁଚାପ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ମୁହାଁ ହେବ। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧ରୁ ୩ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରୀ କରିଥିବା ବୁଲେଟିନ୍‌ ଅନୁସାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲା ଗୋଟିଏରୁ ଦୁଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା କେତେକ ଜିଲ୍ଲାରେ ବଜ୍ରପାତ ଓ ଘଡ଼ିଘଡ଼ି ମାରିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅକ୍ଟୋବର ୧ ତାରିଖରେ ବଲାଙ୍ଗିର, ସୋନପୁର, ବରଗଡ଼,ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨ ତାରିଖରେ ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ସମ୍ୱଲପୁର, ସୋନପୁର, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ସେପ୍ଟେମ୍ୱର ମାସରେ ଭଲ ବର୍ଷା ସତ୍ତ୍ୱେ ନବରଙ୍ଗପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ନିଅଣ୍ଟିଆ ବର୍ଷା। ୩ଟି ଜିଲ୍ଲା ସହ ସାରା ରାଜ୍ୟରେ ୩% ନିଅଣ୍ଟିଆ ବର୍ଷା ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ଜୁନ୍ ୧ ତାରିଖରୁ ସେପ୍ଟେମ୍ବର ୨୯ ତାରିଖ ମଧ୍ୟରେ ୧୧୪୪.୩ ମିମି ବର୍ଷା ହେବା କଥା। ତେବେ ଏହି ସମୟ ମଧ୍ୟରେ ୧୧୦୫.୪ ମିମି ବର୍ଷା ହୋଇଛି। ରାଜ୍ୟର କେବଳ ୨ଟି ଜିଲ୍ଲା ଝାରସୁଗୁଡ଼ା ଓ ବୌଦ୍ଧରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ବାକି ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା ଦେଇଛି।

Heavy Rain Rain Alert Weather Report