Advertisment

ଆସୁଛି ବାତ୍ୟା! ସୃଷ୍ଟି ହେଲା ଲଘୁଚାପ

ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
cyclone-expected

cyclone-expected

Advertisment

ବଢ଼ିଲା ବାତ୍ୟା ସମ୍ଭାବନା। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାକୁ ନେଇ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ଆସିବା ନେଇ ଆଶଙ୍କା କରାଯାଉଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି।

Advertisment

ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳ ମଲାକା ଷ୍ଟ୍ରେଟରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ। ଫଳରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 

Advertisment
Weather Weather Update
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe