Advertisment

୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର; ଜାଣନ୍ତୁ, କେଉଁ ଜିଲ୍ଲାରେ ପ୍ରବଳ ଓ କେଉଁ ଜିଲ୍ଲା ପ୍ରବଳରୁ ଅତିପ୍ରବଳ ବର୍ଷିବ

ଗତ ୨୪ ଘଣ୍ଟାରେ ସମ୍ବଲପୁରର ବାମରାରେ ୧୬୭.୮ ମିଲିମିଟର ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼ ସମେତ ଏହି ଜିଲ୍ଲାର ଏକାଧିକ ସ୍ଥାନରେ ୧୦୦ ମିମିରୁ ଅଧିକ ବର୍ଷା ହୋଇଛି।

author-image
Jitendra Garnayak
ଅଦ୍ୟତନ ହୋଇଛି
Rain

Rain

ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଫଳରେ ରାଜ୍ୟରେ ଆଗାମୀ ତିନି ଦିନ ଧରି ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ଆଜି ଏହି ସୂଚନା ଦେଇଛନ୍ତି।

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ (୭ସେମିରୁ ୧୧ ସେମି)ରୁ ଅତି ପ୍ରବଳ (୧୨ ସେମିରୁ ୨୦ ସେମି) ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ (୭ ସେମିରୁ ୧୧ସେମି) ବର୍ଷା ହୋଇପାରେ। ସେଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଦୁଇଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Advertisment

୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଚ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ (୭ ସେମିରୁ ୧୧ ସେମି) ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟାରେ ସମ୍ବଲପୁରର ବାମରାରେ ୧୬୭.୮ ମିଲିମିଟର ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼ରେ ୧୪୧.୪ମିମି, ସୁନ୍ଦରଗଡ଼ର ଟାଙ୍ଗରପଲ୍ଲୀରେ ୧୩୪.୪, କୁତ୍ରାରେ ୧୨୫.୧, ରାଜଗାଙ୍ଗପୁରରେ ୧୨୪.୪, ବଡ଼ଗାଁରେ ୧୦୪.୬ ଓ ପାନପୋଷରେ ୭୬.୪ ମିମି ବର୍ଷା ହୋଇଛି।  

Rain Alert Weather Update Weather News Weather Forecast