/odisha-reporter/media/post_attachments/uploadimage/library/16_9/16_9_0/Rain_1747914581.jpg)
Rain
ଆସୁଛି ଲଘୁଚାପ! ମେ’ ୨୭ ତାରିଖ ପାଖାପାଖି ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନ ଏହା ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି।
ସେ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ପ୍ରଭାରେ ରାଜ୍ୟରେ ବର୍ଷା ହୋଇପାରେ। ୨୬ ଓ ୨୭ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ। ଏମିତିକି ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମୌସୁମୀ ବାୟୁ ଆଗମନରେ ଏହାର (ଏହି ଲଘୁଚାପର) ବିଶେଷ ପ୍ରଭାବ ପଡ଼ିବ ନାହିଁ। କିନ୍ତୁ ମୌସୁମୀ ଆଗମନରେ ଏହା ସହାୟକ ହେବ।
ଅନ୍ୟପକ୍ଷରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି। ଫଳରେ ଏଥର ଶୀଘ୍ର ମୌସୁମୀ ଆସିବା ଆକଳନ ସତ ହେବ। ପୂର୍ବରୁ ଆଇଏମ୍ଡି ମେ’ ୨୭ ତାରିଖରେ ମୌସୁମୀ ବାୟୁ କେରଳ ଭୂଖଣ୍ଡ ଛୁଇଁବ ନେଇ ଆକଳନ କରିଥିଲା। ଏବେ ପାଣିପାଗ ଅନୁକୂଳ ପରେ ଆସନ୍ତା ୩ ଦିନ ମଧ୍ୟରେ ମୌସୁମୀ ବାୟୁ କେରଳରେ ପ୍ରବେଶ କରିପାରେ। ଏହା ପରେ ମୌସୁମୀ ବାୟୁ ସକ୍ରିୟ ରହିଲେ ଓଡ଼ିଶା ଆଗମନ ବାଟ ଫିଟିବ। ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଓଡ଼ିଶାରେ ପ୍ରବେଶ କରିଥାଏ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ହେଲେ ଏଥର ଏହା କେରଳକୁ ସଅଳ ଆସିଲେ ଓଡ଼ିଶା ବି ଶୀଘ୍ର ଆସିପାରେ ବୋଲି ଆକଳନ କରାଯାଉଛି।
କାଳବୈଶାଖୀ
ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି, ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ସହ ଝଟକା ପବନ ମଧ୍ୟ ବହିପାରେ। ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାକୁ ବାଦ ଦେଲେ ଅନ୍ୟ ୨୬ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାରେ ୪୦ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ,ରାୟଗଡ଼ା, ଗଂଜାମ, ଗଜପତି, କନ୍ଧମାଳ କଳାହାଣ୍ଡି, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଆଦି ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ତା’ ସହିତ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ଝଟକା ପବନ ହୋଇପାରେ। ୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପବନ, ଘଡ଼ଘଡ଼ି, ବିଜୁଳି ଓ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, ଯାଜପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
୨୭ ତାରିଖ ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଓ ବାଲେଶ୍ୱର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଓ ବାଲେଶ୍ୱର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଗତ ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ମୟୁରଭଞ୍ଜ ତିରିଙ୍ଗରେ ସର୍ବାଧିକ ୬୮.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ସର୍ବାଧିକ ତାପମାତ୍ରା ସମ୍ବଲପୁରରେ ୪୧.୨ ଡିଗ୍ରୀ ରେକର୍ଡ କରାଯାଇଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
