Advertisment

ଆସୁଛି ଆଉ ଏକ ଲଘୁଚାପ!

କୁହୁଡି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।

author-image
Manoranjan Sial
ଅଦ୍ୟତନ ହୋଇଛି
undefined

Rain

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ। ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏଁ ସ୍ପଷ୍ଟ ହୋଇନି।

Advertisment

ସେପଟେ କୁହୁଡି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ରାଜ୍ୟରେ ଖସୁଛି ପାରଦ। ଧୀରେ ଧୀରେ ବଢ଼ୁଛି ଶୀତ। ରାଜ୍ୟରେ ବର୍ତ୍ତମାନ ଜାରି ରହିଛି ଶୀତ ଲହରି। ଘରୁ ବାହାରିଲେ କୋହଲା ପବନ ବୋହୁଛି। ରାତି ଯେତେ ଯେତେ ବଢୁଛି ତାପମାତ୍ରା ସେତେ ଖସିବାରେ ଲାଗିଛି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୂତ ହେଉଛି। ଆଗାମୀ ୫ ଦିନ ପଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ନାହିଁ।

Heavy Rain Weather Report