/odisha-reporter/media/post_attachments/uploadimage/library/16_9/16_9_0/Rain_1751720066.jpg)
Rain
ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ହେବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇୱ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଚେତବାନୀ ଜାରି କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୂର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୪ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୂର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିଭଳି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୂର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ ସହିତ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୩ ତାରିଖରୁ ୧୬ ତାରିଖ ମଧ୍ୟରେ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ବଙ୍ଗୋପସାଗର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
