Advertisment

୧୪ରେ ଲଘୁଚାପ!

ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରଭାବ ରାଜ୍ୟ ଉପରେ ନାହିଁ। ତେଣୁ ଆଗାମୀ ୪ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ।

author-image
Jitendra Garnayak
Rain water and Umbrella

Rain water and Umbrella

ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏନେଇ ସୂଚନା ଦିଆଯାଇଛି।

Advertisment

ଏହି ସୂଚନା ଅନୁଯାୟୀ, ନଭେମ୍ବର ୧୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଗତ ୨୪ ଘଣ୍ଟାର ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରଭାବ ରାଜ୍ୟ ଉପରେ ନାହିଁ। ତେଣୁ ଆଗାମୀ ୪ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ୧୫ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲା ସମେତ ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Advertisment

୧୬ ତାରିଖରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୭ ତାରିଖରେ ଉତ୍ତର ଉପକୂଳ ଜିଲ୍ଲା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

୧୫ ଡିଗ୍ରୀ ତଳେ ୫ ସହରର

ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଅନୁଭୂତ ହେଲାଣି। ଗତକାଲି ରାତିରେ ରାଜ୍ୟର ୫ଟି ସହରରେ ତାପମାତ୍ରା ୫ ଡିଗ୍ରୀ ତଳେ ରହିଥିଲା। କନ୍ଧମାଳର ଜି. ଉଦୟଗିରିରେ ସବୁଠୁ ଥଣ୍ଡା ଅନୁଭୂତ ହୋଇଥିଲା। ସେଠାରେ ସର୍ବନିମ୍ନ ତାପମାତ୍ରା ୧୧.୪ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି କୋରାପୁଟରେ ୧୧.୭ ଡିଗ୍ରୀ, ସିମିଳିଗୁଡ଼ାରେ ୧୨, ଦାରିଙ୍ଗବାଡ଼ିରେ ୧୩.୫ ଓ କିରେଇ ୧୪.୫ ଡିଗ୍ରୀ ରେକର୍ଡ କରାଯାଇଥିଲା। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରହିଥିବା ବେଳେ କଟକରେ ୨୦ ଓ ଭୁବନେଶ୍ୱର ୨୦.୨ ଡିଗ୍ରୀ ରହିଥିଲା।

Low Pressure Weather Report Weather Weather Update Weather News