Advertisment

ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

author-image
Debadatta Aryashrestha
Weather Update in Odisha

Weather Update in Odisha

ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଏହି ସୁଦୃଶ୍ୟ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ଜାରି ରହିଛି ଝିପିଝିପି ବର୍ଷା। ତେବେ ଆସନ୍ତା ୪୮ ଘଣ୍ଟା ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ହେବାନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ଯାଜପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ନୟାଗଡ, କନ୍ଧମାଳ, ଗଞ୍ଜାମ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି।

ଆସନ୍ତାକାଲି ପାଇଁ ବି ଦକ୍ଷିଣ ଓଡିଶା ସମେତ ଉପକୂଳର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ୨୬ ପରଠୁ ପାଗ ଶୁଖିଲା ରହିବ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି।

Advertisment
Odisha Rain Alert Weather Update