Advertisment

ସମ୍ଭାବ୍ୟ ବାତ୍ୟା ପାଇଁ MKCG ଡାକ୍ତର, କର୍ମଚାରୀଙ୍କ ଛୁଟି ବାତିଲ

୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ଡାକ୍ତର ଓ କର୍ମଚାରୀଙ୍କ ଛୁଟି ବାତିଲ ସହ ହେଡକ୍ୱାର୍ଟର୍ସରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅଦ୍ୟତନ ହୋଇଛି
Doctor

Doctor

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ବ୍ରହ୍ମପୁର ସ୍ଥିତ MKCG ମେଡିକାଲ କଲେଜ ଓ ହସ୍‌ପିଟାଲର ଡାକ୍ତର ଓ କର୍ମଚାରୀଙ୍କ ଛୁଟିକୁ ବାତିଲ କରିଛନ୍ତି  କର୍ତ୍ତୃପକ୍ଷଛି।୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ଡାକ୍ତର, କର୍ମଚାରୀଙ୍କ ଛୁଟି ବାତିଲ ସହ ହେଡକ୍ୱାର୍ଟର୍ସରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେ ଇସବୁ ବିଭାଗୀୟ ମୁଖ୍ୟଙ୍କୁ ଏମକେସିଜି ଡିନ୍ ତଥା ପ୍ରିନ୍ସିପାଲ ଚିଠି ଲେଖିଛନ୍ତି।

Advertisment

ଚିଠିରେ ଉଲ୍ଲେଖ ରହିଛି ଯେ, ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଓଡ଼ିଶା ଉପରେ ପ‍ଡ଼ିବ। ତାହାକୁ ଦୃଷ୍ଟିରେ ରଖି କାଲିଠୁ ୨୫ ତାରିଖ ଯାଏ କର୍ମଚାରୀଙ୍କର ଛୁଟି ବାତିଲ୍ କରାଯାଇଛି।ଯେଉଁମାନେ ଛୁଟିରେ ଯାଇଛନ୍ତି ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। 

ସୂଚନାଯୋଗ୍ୟ, ସମ୍ଭାବ୍ୟ ବାତ୍ୟା ‘ଦାନା ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲା ତଥା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭବନା ରହିଛି। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ୍ କରିବାବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

Advertisment
Heavy Rain Weather Report Odisha Cyclone Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe