Advertisment

ଅନୁକୂଳ ହେଉଛି ପାଗ, ଫେରିଯିବ ମୌସୁମୀ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ସର୍ବାଧିକ ବର୍ଷା ମୟୂରଭଞ୍ଜ ଜିଲ୍ଲା ନୱାନାଠାରେ ରେକର୍ଡ କରାଯାଇଛି। ଏଠାରେ ୨୯.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

undefined

Monsoon

Advertisment

ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେଉଛି। ଆଗାମୀ ଦୁଇ ଦିନ ଭିତରେ ରାଜ୍ୟର କିଛି ଅଞ୍ଚଳରୁ ମୌସୁମୀ ଅପସାରଣ ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି। ସେପଟେ ଆଗାମୀ ୬ରୁ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ବଡ଼ବର୍ଷା ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ବଙ୍ଗୋପସାଗରେ ଗୋଟିଏ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟ ଭିତରକୁ କ୍ରମାଗତ ଭାବେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଏହି ବାୟୁ ଉତ୍ତପ୍ତ ବାୟୁ ସଂସ୍ପର୍ଶରେ ଆସି ମେଘୁଆ ଆକାଶ ସୃଷ୍ଟି କରିବ। ଯାହାର ପ୍ରଭାବରେ ଆଗାମୀ ୫ରୁ ୬ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହୁଛି। କିନ୍ତୁ ଆଗାମୀ ୬ରୁ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷ ନେଇ କୌଣସି ଚେତାବନୀ ଜାରି କରାଯାଇ ନାହିଁ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ସର୍ବାଧିକ ବର୍ଷା ମୟୂରଭଞ୍ଜ ଜିଲ୍ଲା ନୱାନାଠାରେ ରେକର୍ଡ କରାଯାଇଛି। ଏଠାରେ ୨୯.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଜିଲ୍ଲାରେ ହାଲ୍‌କା ବର୍ଷା ରେକର୍ଡ କରାଯାଇଛି।

Advertisment
Monsoon Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe