Advertisment

ଭୁବନେଶ୍ୱର ସମେତ ପୂରା ରାଜ୍ୟକୁ ଛୁଇଁଲା ମୌସୁମୀ

ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ୨୬ରୁ ଏହାର ପରିମାଣ ବଢ଼ିବ।

Monsoon

Monsoon

Advertisment

ଜୁନ ୮ରେ ଓଡ଼ିଶାକୁ ସ୍ପର୍ଶ କରିଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶେଷରେ ଆଜି ପୂରା ରାଜ୍ୟରେ ସକ୍ରିୟ ହୋଇଛି। ଜୁନ ୮ରେ ମୌସୁମୀ ମାଲକାନାଗିରି ସମେତ ଦକ୍ଷିଣ ପ୍ରାନ୍ତର କିଛି ଜିଲ୍ଲାକୁ ଛୁଇଁଥିଲା। କିନ୍ତୁ ମୌସୁମୀ ଯେତେକି ବର୍ଷିବା କଥା ସେତିକି ବର୍ଷା ହୋଇ ନଥିଲା। କିଛି ଦିନ ପାଇଁ ମୌସୁମୀ ଆଗକୁ ମଧ୍ୟ ବଢ଼ି ପାରି ନଥିଲା।

Advertisment

ହେଲେ ଆଜି ଭୁବନେଶ୍ୱରକୁ ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି। ମୌସୁମୀ ସକ୍ରିୟ ଯୋଗୁ ଆଜି ସକାଳୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ପାଗ ମଧ୍ୟ ମେଘୁଆ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସ୍ୱାଭାବିକ ସମୟର ଦିନକ ପରେ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ୨୬ରୁ ଏହାର ପରିମାଣ ବଢ଼ିବ।

ଏଥିସପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିସବୁ ଜିଲ୍ଲାଗୁଡ଼ିକ ହେଲା- ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼। ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବାର ଆଶଙ୍କା ରହିଛି।

Advertisment

ସେହିପରି ୨୭ ତାରିଖରେ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଜିଠାରୁ ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ରହିବାର ସମ୍ଭାବନା ରହିଥିବା କେନ୍ଦ୍ର କହିଛି।

Odisha Monsoon
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe