/odisha-reporter/media/post_attachments/uploadimage/library/16_9/16_9_0/Monsoon_1684233850.jpg)
Monsoon
ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳ ଗୁଡିକ ସ୍ପର୍ଶ କରିବ। ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ବର୍ତ୍ତମାନ ପାଗ ଅନୁକୂଳ ରହିଛି। ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି।
ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଛୁଇଁବ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଲେଟିନ୍ ଅନୁସାରେ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ଗୁଳୁଗୁଳି ଅନୁଭୂତ ହେବ। ଆଉ କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାଛଡ଼ା ୭ ଓ ୮ ତାରିଖରେ ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ହୋଇପାରେ। ଠିକ୍ ସେହିପରି ୯ ତାରିଖରେ ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ତାପମାତ୍ରା ୪୨ ଡିଗ୍ରୀରୁ ଅଧିକ ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
