Advertisment

ବର୍ଷା ବିତ୍ପାତ: ୯ ଜିଲ୍ଲାରେ ଓଡ୍ରାଫ-ଏନଡିଆରଏଫ ଟିମ୍ ମୁତୟନ

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ପ୍ରବଳ ବର୍ଷା ଯୋଗୁ କେବଳ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉର୍ଦ୍ଧ୍ୱରେ ପ୍ରବାହିତ ହେଉଥିବାବେଳେ ଅନ୍ୟ ସବୁ ନଦୀର ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ।

NDRF

NDRF

Advertisment

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ରାଜ୍ୟରେ ଗତ ୩ଦିନ ଧରି ଲଗାଣ ବର୍ଷା ଜାରି ରହିଛି । ବର୍ଷା ବିତ୍ପାତର ମୁକାବିଲା ପାଇଁ ରାଜ୍ୟ ସରକାର ୯ଟି ଜିଲ୍ଲାରେ ୧୦ଟି ଓଡ୍ରାଫ ଓ ଏନଡିଆରଏଫ ଟିମକୁ ମୁତୟନ କରିଥିବାବେଳେ ୧୦ଟି ଜିଲ୍ଲାରେ ୧୩ଟି ଅଗ୍ନିଶମ ସେବା ଟିମକୁ ମୁତୟନ କରିଛନ୍ତି । ଆଗାମୀ ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଓଡ୍ରାଫ ଓ ଏନଡିଆରଏଫ ଟିମକୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି ।

Advertisment

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ପ୍ରବଳ ବର୍ଷା ଯୋଗୁ କେବଳ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉର୍ଦ୍ଧ୍ୱରେ ପ୍ରବାହିତ ହେଉଥିବାବେଳେ ଅନ୍ୟ ସବୁ ନଦୀର ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ତେବେ ଏସବୁ ନଦୀର ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି ।

ଆସନ୍ତା ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ତେଣୁ ଓଡ୍ରାଫ ଟିମକୁ କେନ୍ଦୁଝର, ସମ୍ବଲପୁରର ରେଢାଖୋଲ, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ ଓ ବାଲେଶ୍ୱର ଜିଲ୍ଲାରେ ମୋଟ୍ ୮ଟି ଟିମକୁ ମୁତୟନ କରାଯାଇଥିବାବେଳେ ଏନଡିଆରଏଫର ଗୋଟିଏ ଲେଖାଏଁ ଟିମକୁ ଭଦ୍ରକ ଓ ଯାଜପୁରରେ ମୁତୟନ କରାଯାଇଛି । ସେହିପରି ଭଦ୍ରକ ଓ ଯାଜପୁରରେ ୩ଟି ଲେଖାଏଁ ଅଗ୍ନିଶମ ବାହିନୀ ଟିମ ସମେତ ସମ୍ବଲପୁର,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବାଲେଶ୍ୱର ଜିଲ୍ଲାରେ ୧୩ଟି ଟିମ୍ ମୁତୟନ ଅଛନ୍ତି । ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି ।

Advertisment

ବର୍ଷା ବିତ୍ପାତରେ ବହୁ ଅଂଚଳ ଜଳମଗ୍ନ ହୋଇଥିବାବେଳେ ତଳିଆ ଅଂଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଛି । ଅସ୍ଥାୟୀ ଆଶ୍ରୟସ୍ଥଳୀରେ ସ୍ଥାନାନ୍ତର ହେଉଥିବା ଲୋକମାନଙ୍କୁ ରନ୍ଧା ଖାଦ୍ୟ କିମ୍ବା ଶୁଖିଲା ଖାଦ୍ୟ ସହ ସ୍ୱଚ୍ଛ ପିଇବା ପାଣି ଦେବାକୁ ପରାମର୍ଶ ଦେଇଛନ୍ତି । ରିଲିଫ କମିଶନର ସତ୍ୟବ୍ରତ ସାହୁ ଆଜି ୧୭ଟି ଜିଲ୍ଲାରେ ବର୍ଷା ବିତ୍ପାତ ସ୍ଥିତିର ସମୀକ୍ଷା କରିବା ସହ ନଦୀଗୁଡ଼ିକରେ ବନ୍ୟା ଆସିବାର ଆଶଙ୍କା ଥିବାରୁ ଜଳସମ୍ପଦ ବିଭାଗର ଯନ୍ତ୍ରୀମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ପ୍ରକାରର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ଓ ପ୍ରତିଷେଧକମୂଳକ ପଦକ୍ଷେପ ନେବାକୁ ସେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ବୈତରଣୀ ନଦୀରେ ଜଳସ୍ତର ବିପଦ ସଙ୍କେତ ଉର୍ଦ୍ଧ୍ୱରେ ପ୍ରବାହିତ କରୁଥିବାରୁ ଭଦ୍ରକରେ ୩୩ଟି ପାୱାରବୋଟ୍ , ଯାଜପୁରରେ ୩୬ଟି ପାୱାର ବୋଟ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏ ପାୱାର ବୋଟକୁ ରଖାଯାଇଛି । ଜଳମଗ୍ନ ହେଉଥିବା ରାସ୍ତା ଓ ପୋଲ ଉପରେ ଲୋକଙ୍କ ଚଳପ୍ରଚଳକୁ ବନ୍ଦ କରିବାକୁ ପରାମର୍ଶ ଦିଆଯାଇଛି । ବୈତରଣୀ ନଦୀରେ ଜଳସ୍ତର ବିପଦ ସଙ୍କେତ ଉର୍ଦ୍ଧ୍ୱରେ ପ୍ରବାହିତ ହେଉଥିବାରୁ  କେନ୍ଦୁଝର ଜିଲ୍ଲାର ଆନନ୍ଦପୁର, ଘଷିପୁରା ଓ ହାଟଡିହି ବ୍ଲକ ସମେତ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ, ଧାମନଗର ଓ ତିହିଡ଼ି, ଯାଜପୁର ଜିଲ୍ଲାର କୋରେଇ, ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହେବାର ଆଶଙ୍କା ରହିଛି । ତେଣୁ ସମସ୍ତ ପ୍ରକାରର ପ୍ରତିଷେଧକ ପଦକ୍ଷେପ ନେବାକୁ କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେବା ସହ ପରିସ୍ଥିତି ସମ୍ପର୍କରେ ନିୟମିତ ଭାବେ ଏସଆରସିଙ୍କୁ ଅବଗତ କରିବାକୁ କୁହାଯାଇଛି ।

Flood Situation
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe