Advertisment

ଜାନୁଆରୀରେ କମିବ ଥଣ୍ଡା!

ଆଗାମୀ ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ ବୋଲି କୁହାଯାଇଛି।

Fog

Fog

Advertisment

ଜାନୁଆରୀ ୨୦୨୪ରେ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି। ସ୍ୱଭାବିକଠାରୁ ରାତିର ତାପମାତ୍ରା ଅଧିକ ରହିବାକୁ ଥିବାରୁ ଥଣ୍ଡା କମ୍‌ ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ ବୋଲି କୁହାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ଆଗାମୀ ୩ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଟି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୫ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ। ୬ ଓ ୭ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ।

ସେପଟେ କୁହୁଡ଼ି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୨ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର, କୋରାପୁଟ, ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କଟକ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୩ ତାରିଖ ସକାଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Fog Weather
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe