Advertisment

୧୨ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା

୪ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Rain Alert

Rain Alert

Advertisment

ପଶ୍ଚିମ କେନ୍ଦ୍ର ଏବଂ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଂଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ଧିରେ ଧିରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ।

Advertisment

ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତା ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି ହୋଇଛି। ୪ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗଜପତି, ଗଂଜାମ, ମାଲକାନଗିରି, କୋରାପୁଟକୁ ଅତିପ୍ରବଳ ବର୍ଷା ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଂଜ ଓ କଳାହାଣ୍ଡିକୁ ପ୍ରବଳ ବର୍ଷା ଆଲର୍ଟ ଜାରି ହୋଇଛି।

ସେପଟେ ମୁଣ୍ଡଳୀରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ବର୍ତ୍ତମାନ ମୁଣ୍ଡଳୀ ବ୍ୟାରେଜ ଦେଇ ମହାନଦୀ ତଳମୁଣ୍ଡକୁ ସେକେଣ୍ଡ ପ୍ରତି ୯୦ ହଜାର କ୍ୟୁସେକ ପାଣି ନିଷ୍କାସିତ ହେଉଛି। ହୀରାକୁଦ ଜଳଭଣ୍ଡାରରେ ଏବେ ୧୨ଟି ଗେଟ୍ ଖୋଲିଥିବା ବେଳେ, ଆଗକୁ ମୁଣ୍ଡଳୀ ଦେଇ ଅଧିକ ପାଣି
ପ୍ରବାହିତ ହେବ।

Advertisment

Odisha Weather Report Weather Update
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe