Advertisment

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୩ ଓ ୪ ତାରିଖରେ ପ୍ରବଳ ବର୍ଷା!

୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ଭାରି ବର୍ଷା ସମ୍ଭାବନା ରହିଛି। ତେବେ ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଅଦ୍ୟତନ ହୋଇଛି
undefined

Rain

Advertisment

ମୌସୁମୀ ଦୁର୍ବଳ ଯୋଗୁ ରାଜ୍ୟରେ ବର୍ଷା ଉଭାନ୍‌ ହୋଇଯାଇଛି। ଯେଉଁଥିପାଇଁ ଗତ ୪ରୁ ୫ ଦିନ ହେଲା ରାଜ୍ୟରେ ତାତି ବଢ଼ିଛି। ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହେଉଥିବା ବେଳେ ଆଜି ପାଣିପାଗ ବିଭାଗ ଦେଇଛି ଭଲ ଖବର। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଆସନ୍ତା ୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ଭାରି ବର୍ଷା ସମ୍ଭାବନା ରହିଛି। ତେବେ ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ସେପ୍ଟେମ୍ୱର ୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୪ ତାରିଖରେ ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ବୌଦ୍ଧ, ନୟାଗଡ଼, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ତେବେ ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ମୟୂଭରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଛି। ଯେଉଁଥିପାଇଁ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ବର୍ଷା ୦.୭ ମିମି ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୧୦.୨ ମିମି ତୁଳନାରେ ୯୩% କମ ବୋଲି ପାଣିପାଗ ବିଭାଗ ଦର୍ଶାଇଛି।

Heavy Rain Rain Alert
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe