Advertisment

ଆସିପାରେ ଆଉ ଏକ ଲଘୁଚାପ; ଜାଣନ୍ତୁ, ୨୪ ତାରିଖ ପର୍ଯ୍ୟନ୍ତ କେମିତି ରହିବ ପାଗ

କେଉଁଠି ପ୍ରବଳ ବର୍ଷା ତ କେଉଁଠି ଝଡ଼ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏମିତିକି ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Low Pressure

Low Pressure

Advertisment

ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଜୁଲାଇ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଜି ଅପରାହ୍ନରେ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ ଏହି ସୂଚନା ଦିଆଯାଇଛି। ଏହା ସହିତ ଆଜିଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପାଣିପାଗ କେମିତି ରହିବ ସେ ନେଇ ମଧ୍ୟ ଆକଳନ କରିଛି।

Advertisment

ଆସନ୍ତାକାଲି (ଜୁଲାଇ ୧୯) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା, ବଜ୍ରପାତ ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଓ ଉପକୂଳ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ, ଗଜପତି ଆଦି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Advertisment

ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାନ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ସ୍ଥାନରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପ୍ରବାହିତ ହେବାର ମଧ୍ୟ ସମ୍ଭାବନା ରହିଛି।

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼ଆ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ହୋଇପାରେ।

୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତା’ପରବର୍ତ୍ତୀ ୩ ଦିନ ମଧ୍ୟ ପାଣିପାଗରେ କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Low Pressure Weather Update Weather News Weather Forecast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe