Advertisment

ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ ବର୍ଷା: ୱାର୍ଣ୍ଣିଂ ଜାରି, କେଉଁଠି ପ୍ରବଳ ଓ କେଉଁଠି ପ୍ରବଳରୁ ଅତି ପ୍ରବଳ ବର୍ଷିବ ଜାଣନ୍ତୁ

୭ ଦିନ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ୱାର୍ଣ୍ଣିଂ।

author-image
Jitendra Garnayak
Rain

Rain

ଆଗାମୀ ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ଓ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଆସନ୍ତାକାଲି (ଜୁନ୍‌ ୨୯) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ବିଜୁଳି ଓ ଘଡ଼ଘଡ଼ି ମାରିବ ଏବଂ ଘଣ୍ଟାପ୍ରତି ୩୦ରୁ ୪୦କିମି ବେଗରେ ଝଟକା ପବନ ହେବ। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବରଗଡ଼, ବଲାଙ୍ଗିର, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Advertisment

ସେହିପରି ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଦେବଗଡ଼, ନୂଆପଡ଼ା, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ସୋନପୁର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ଓ ଝଟକା ପବନ (ଘଣ୍ଟା ପ୍ରତି ୩୦ରୁ ୪୦ କିମି) ସହିତ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହା ସହିତ ବିଜୁଳି ଘଡ଼ଘଡ଼ି ମାରିବା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିପାରେ। ସେଥିପାଇଁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଅଯାଉଛି।

ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ଓ ଝଟକା ପବନ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଓ ଝଟକା ପବନ ସହ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩୦ ତାରିଖ ସକାଳ ସାଢ଼େ ୮ଟାରୁ ଜୁଲାଇ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, କଟକ, ବୌଦ୍ଧ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖ ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Report Weather Update Weather News Weather Forecast