ବଙ୍ଗୋପସାଗରରେ ଲଘୁଚାପ: ହେଡକ୍ୱାର୍ଟର ଛାଡ଼ିବେନି ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲାର ଅଧିକାରୀ

୨୪ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

Rain water and Umbrella

Representational Image

Ordigital Desk
  • Published: Thursday, 20 July 2023
  • Updated: 20 July 2023, 06:52 PM IST

ଓଡ଼ିଶା ଉପକୂଳରେ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରାଯିବା ସହ ଅରେଞ୍ଜ ଓ ୟେଲୋ ୱାର୍ଣ୍ଟିଂ ସୂଚିତ ୨୫ଟି ଜିଲ୍ଲାର କ୍ଷେତ୍ର ସ୍ତରର ଅଧିକାରୀମାନଙ୍କୁ ହେଡକ୍ୱାର୍ଟର ନଛାଡ଼ିବାକୁ ତାଗିଦ୍ କରାଯାଇଛି ।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଆଜି ପ୍ରଥମେ ୩ଟି ଜିଲ୍ଲା ଓ ପରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଲଘୁଚାପଜନିତ ସମ୍ଭାବ୍ୟ ଲଗାଣ ବର୍ଷା ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ବିଭିନ୍ନ ବିଭାଗ ଓ ଏନଡିଆରଏଫ, ଓଡ୍ରାଫ, ଅଗ୍ନିଶମ ବାହିନୀ , ପୁଲିସକୁ ମଧ୍ୟ ସତର୍କ ରହିବାକୁ କହିଛନ୍ତି ।

ଭାରତୀୟ ପାଣିପାଗ ବିଭାଗର ସ୍ପେଶାଲ ବୁଲେଟିନ୍ ଅନୁସାରେ ବଙ୍ଗୋପସାଗରର ଉତ୍ତର ପଶ୍ଚିମ ଦିଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ଆସନ୍ତା ଦୁଇଦିନ ପର୍ଯ୍ୟ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ଅଛି । ସେହିପରି ୨୪ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ସୂଚନା ଆଧାରରେ ୨୧ରୁ ୨୫ତାରିଖ ପର୍ଯ୍ୟନ୍ତ ୧୪ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଓ ୧୧ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୟେଲୋ ୱାର୍ଣ୍ଣିଂ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା- ଗଜପତି, ରାୟଗଡ଼ା, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ଼, ପୁରୀ ,ଭଦ୍ରକ ଓ ବାଲେଶ୍ୱର । ଏସବୁ ଜିଲ୍ଲାରେ ୨୧ରୁ ୨୫ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି ରହିବ । ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା ଓ ଦେବଗଡ଼ । ଏସବୁ ଜିଲ୍ଲାରେ ୨୧ରୁ ୨୩ତାରିଖ ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Also Read

ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକର ପ୍ରଶାସନିକ ବିଭାଗମାନେ ଯେକୌଣସି ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ସମ୍ଭାବ୍ୟ ଅଚାନକ ବନ୍ୟା, ଜଳବନ୍ଦୀ ଯୋଗୁ ବିପଦସଙ୍କୁଳ ସ୍ଥାନଗୁଡ଼ିକରେ କ୍ଷେତ୍ର ସ୍ତରର ଅଧିକାରୀମାନଙ୍କୁ ଆଗୁଆ ପ୍ରସ୍ତୁତ ରହି ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ହେଡକ୍ୱାର୍ଟର ଛାଡ଼ି ନଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅସୁରକ୍ଷିତ କଚ୍ଚା ଘରେ ଆଶ୍ରୟ ନନେବାକୁ ପରାମର୍ଶ ଦେଇଛନ୍ତି ।

ପୌରାଂଚଳର ତଳିଆ ଅଂଚଳରେ ପ୍ରବଳ ବର୍ଷା ଯୋଗୁ ଜଳବନ୍ଦୀ ସମସ୍ୟା ଉପୁଜିପାରେ ତଥା ଡ୍ରେନ ଓ ରାସ୍ତା ବର୍ଷା ପାଣି ଦ୍ୱାରା ଜଳମଗ୍ନ ହେବାର ଆଶଙ୍କା ରହିଛି । ତେଣୁ ଏଭଳି ସ୍ଥିତିରେ ସାମୟିକ ଭାବେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନ୍ତର କରିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ଜଳ ନିଷ୍କାସନ ପାଇଁ ଆବଶ୍ୟକ ସଂଖ୍ୟକ ପାଣିପମ୍ପ ଉପଯୋଗ, ବୁଡ଼ିଯାଇଥିବା ରାସ୍ତାରେ ଯାନବାହନ ଚଳାଚଳକୁ ନିୟନ୍ତ୍ରଣ କରିବାକୁ କୁହାଯାଇଛି । ପାହାଡ଼ିଆ ଜିଲ୍ଲାଗୁଡ଼ିକରେ ଭୂସ୍ଖଳନର ଆଶଙ୍କା ରହିଛି । ବିଜୁଳି ସହ ଘଡ଼ଘଡ଼ି, ଘୂର୍ଣ୍ଣଝଡ଼, କୁଆପଥର ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ସମସ୍ତ ତଥ୍ୟ ଏସଆରସିଙ୍କ କାର୍ଯ୍ୟାଳୟକୁ ପଠାଇବାକୁ କୁହାଯାଇଛି । ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ୨୧ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story