Advertisment

ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷିବ, ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Rain

Rain

Advertisment

ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ତଥା ସ୍ଥାନେ ସ୍ଥାନେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ତିନି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଦେବଗଡ଼, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ୍ ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ପ୍ରବଳ ବର୍ଷା ନେଇ ଦେବଗଡ଼, ଅନୁଗୋଳ. କେନ୍ଦୁଝର, ସୋନପୁର, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ସୋମବାର ବା ୧୬ ତାରିଖ ସାଢ଼େ ୮ଟାରୁ ତା’ପର ଦିନ ସକାଳ ସାଢ଼େ ୮ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ଉତ୍ତର-ଉତ୍ତରପଶ୍ଚିମ ଗତ କରିବା ସହିତ ସେହି ଗଭୀର ଅବପାତରେ ରହିବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତର ରୂପ ନେଇ ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ।

Rain Alert Weather Update Weather News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe