Advertisment

ବର୍ଷାରେ ଉବୁଟୁବୁ ମାଲକାନଗିରି, ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରିରୁ କୋରାପୁଟ ଜିଲ୍ଲାକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇ ଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Flood

Flood

ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରି। ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। ପୋଟେରୁ ପୋଲ ଉପରେ ୫ରୁ୬ଫୁଟ୍ ବନ୍ୟା ପାଣି ଯାଉଛି। ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା କରିବା ସମ୍ଭବପର ହୋଇପାରୁ ନାହିଁ। ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି।

Advertisment

ସେହିପରି କାଲିମେଳାରୁ ମୋଟୁକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। MV-90 ଏବଂ MV-96 ପୋଲ ଉପରେ ବନ୍ୟାପାଣି ପ୍ରବାହିତ ହେଉଛି। ମାଲକାନଗିରିରୁ କୋରାପୁଟ ଜିଲ୍ଲାକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇ ଯାଇଛି। ସମ୍ପୂର୍ଣ୍ଣ ଜାତୀୟ ରାଜପଥ ବୁଡ଼ି ଯାଇଥିବା
ଯୋଗୁ ଦୁଇ ଜିଲ୍ଲାକୁ ଯାତାୟତ ସମ୍ଭବ ହୋଇପାରୁନି। ଜିଲ୍ଲାର ପ୍ରବେଶ ପଥ ପାଙ୍ଗମ,ଏମଭି- ୭, ପୋଟେରୁ, ଏମଭି-୯୦, କନ୍ୟା ଆଶ୍ରମ, କାଙ୍କୋର କୋଣ୍ଡା ପରି ଅନେକ ଅଞ୍ଚଳରେ ବୁଡ଼ି ରହିଛି ପୋଲ। ପୋଟେରୁ ସହର ଭିତରେ ପାଣି ପଶିବା ସହ ଲୋକଙ୍କ ଘରେ ମଧ୍ୟ ପଶିଯାଇଛି।

ପ୍ରତିବର୍ଷ ମାଲକାନଗିରି ଜିଲ୍ଲାରେ ବର୍ଷା ଦିନରେ ଏପରି ସ୍ଥିତି ଉପୁଜିଥାଏ। ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ। ଲୋକେମାନେ ଖାଇବା ଓ ରହିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ହେଲେ ପ୍ରଶାସନ ସବୁ ଜାଣି ମଧ୍ୟ ଚୁପ୍‌ ରହିଥାଏ। ସେହି ସମୟରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରି ସେମାନଙ୍କୁ ରନ୍ଧା ଖାଦ୍ୟ ଦେଇ କାମ ସାରିଦେଇଥାଏ। ହେଲେ ତଳିଆ ଅଞ୍ଚଳର ଲୋକେ କିପରି ବର୍ଷା ଦିନେ ହଇରାଣ ହରକତ ନ ହେବେ ସନେଇ ପ୍ରଶାସନ କୌଣସି ସ୍ଥାୟୀ ବ୍ୟବସ୍ଥା କରିନଥାଏ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

Advertisment
Malkangiri Heavy Rain