Advertisment

ଅସମ୍ଭାଳ ତାତି ଭିତରେ ଆସିଲା ଭଲ ଖବର, ହୋଇପାରେ ବର୍ଷା

ଆଗାମୀ ୬ ରୁ ୮ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ବେଗରେ ରହିବାର ସମ୍ଭାବନା ଥିବାରୁ ସାମୁଦ୍ରିକ ସ୍ତିତି ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ରହିବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
undefined

Rain

Advertisment

ଲଗାତାର ଭାବେ ଅସମ୍ଭାଳ ତାତି ଭିତରେ ଆସିଲା ଭଲ ଖବର। ଭୀଷଣ ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି। କାରଣ ଶୁକ୍ରବାରଠାରୁ ଗୁରୁବାର ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ କାଳବୈଶାଖୀ ସାଙ୍ଗକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ସୋମବାର ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର,ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ବୁଧବାର ସକାଳ ସାଢ଼େ ୮ଟାରୁ ଗୁରୁବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଥିସହ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିହଂହପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା,କଟକ, ପୁରୀ, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ସକାଳ ସାଢ଼େ ୮ଟା ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ତେକେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗାମୀ ୬ ରୁ ୮ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ବେଗରେ ରହିବାର ସମ୍ଭାବନା ଥିବାରୁ ସାମୁଦ୍ରିକ ସ୍ତିତି ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ରହିବାର ସମ୍ଭାବନା ରହିଛି। ତେଣୁ ଏହି ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ୬ରୁ ୮ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି।

Bhubaneswar Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe