Advertisment

ତାମିଲନାଡୁରେ ବାତ୍ୟା, ଓଡ଼ିଶାରେ ୨ ଯାଏଁ ବର୍ଷା!

୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ତାମିଲନାଡୁରେ ବାତ୍ୟା ‘ଫେଙ୍ଗଲ’ ଲ୍ୟାଣ୍ଡଫଲ୍‌ ପାଇଁ ପ୍ରକ୍ରିୟା ଆରମ୍ଭ କଲାଣି। ତା’ପୂର୍ବରୁ ଦେଖାଇଲାଣି କୋପ। ଏହାର ପ୍ରଭାବ କିନ୍ତୁ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ତାମିଲନାଡୁରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ପୂର୍ବରୁ ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ବର୍ଷା ସହ କୋହଲା ପାଗ କରିଛି। ଓଡ଼ିଶାରେ ଏପରି ପାଗ ଆଗାମୀ ୨ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ଏଥିସହ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି।

ଠିକ୍‌ ସେହିପରି ୩୦ ଓ ୧ତାରିଖରେ ମଧ୍ୟ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣରବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପାଗ ମେଘୁଆ ରହିବା ସହିତ ଗୋଟିଏରୁ ଦୁଇଟି ସ୍ଥାନାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତା’ସହ ପାଗ ମେଘୁଆ ରହିପାରେ। ଭୁବନେଶ୍ୱରରେ କିଛି କିଛି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

Rain Alert Rain Winter
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe